ରାଜ୍ୟର ସବୁ ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

school transfermassion programme

0 0

ଭୁବନେଶ୍ୱର : ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ ନୂଆ ନୂ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ ବଡ ବଡ ସ୍ବପ୍ନ ଦେଖନ୍ତୁ ଜୀବନର ସବୁ ପରିସ୍ଥିତିକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ। ଟି ସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୨୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବକୁ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଉଦ୍‌ଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗତକାଲି ଲୋକାର୍ପିତ କରିଛନ୍ତି। 

ପୂର୍ବରୁ ଗତ ଅଗଷ୍ଟ ରେ ହିଞ୍ଜିଳିର ପଚାଶଟି ରୂପାନ୍ତରିତ  ସ୍କୁଲର  ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି କନ୍ଧମାଳର ୧୦ଟି ସ୍କୁଲ ରହିଛି

 

ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ  ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ  ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 ପ୍ରଥମ ପର୍ଯ୍ୟାୟରେ  ରୂପାନ୍ତର ହୋଇଥିବା ୧୦୨୫ ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା  ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ। 

 

 

ଗାଁ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଗାଁ ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି

 

      ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

 

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍କୌସର୍‌, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ, ବାଲେଶ୍ବରର ଅଭିଲିପ୍ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ..ଏସ୍ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି  କହିଥିଲେ

 

କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ  ଜିଲ୍ଲାର ବିଧାୟକ ମାନେ  ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ

 

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ

 

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ସଚିବମାନେ ଉପସ୍ଥିତ ଥିଲେ ।ସ୍କୁଲ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ବାଗତ ଭାଷଣ ଦେଇ ଥିଲେ

 

Leave A Reply

Your email address will not be published.