ବୁର୍ଲା ମେଡିକାଲ୍‌ କଲେଜରେ ବଢ଼ୁଛି ସଂକ୍ରମଣ, ଅଫ୍‌ଲାଇନ୍‌ ପରୀକ୍ଷା ବନ୍ଦ

veer Surendra Sai medical college

0 0

ସମ୍ବଲପୁର : ବୁର୍ଲା ବୀର ସୁରେନ୍ଦହ ସାଏ ଆୟୁର୍ବିଜ୍ଞାନ ଗବେଷଣା ପ୍ରତିଷ୍ଠାନରେ ୩୧ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସଂପୃକ୍ତ ଅଞ୍ଚଳରେ ଥିବା ୯ଟି ହଷ୍ଟେଲ ସମେତ ଷ୍ଟାଫଙ୍କ ସରକାରୀ ଘର ଗୁଡ଼ିକୁ ଯଥାକ୍ରମେ ମାଇକ୍ରୋ କଣ୍ଟେନମେଣ୍ଟ ବଫର ଜୋନ୍ଭାବେ ଘୋଷଣା କରାଯାଇଛି। ଅନ୍ୟପକ୍ଷରେ କଲେଜରେ ହେବାକୁ ଥିବା ଅଫ୍‌ଲାଇନ୍‌ ପରୀକ୍ଷାକୁ ବାତିଲ କରାଯାଇଛି। ପରୀକ୍ଷା ଅନଲାଇନ୍‌ରେ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ସେହିପରି ସମସ୍ତ ଅଫ୍‌ଲାଇନ୍‌ କ୍ଲାସ୍‌କୁ ମଧ୍ୟ ବର୍ତ୍ତମାନ ପାଇଁ ବନ୍ଦ ରଖାଯାଇଛି। ds by

 ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରର ନମ୍ବର ଓ୍ୱାର୍ଡରେ ଥିବା ୫ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଛି। ସେହିପରି ସେହି ଅଞ୍ଚଳରେ ଥିବା ଅନ୍ୟ ୪ଟି ହଷ୍ଟେଲ ସମେତ ପାଖରେ ଥିବା ଷ୍ଟାଫ୍ମାନଙ୍କ ସରକାରୀ ଘରଗୁଡ଼ିକୁ ବଫର ଜୋନ୍ଭାବେ ଘୋଷଣା କରାଯାଇଛି।

୩୧ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଗତକାଲି ଭୀମସାର କର୍ତ୍ତୃପକ୍ଷ ଏକ ବୈଠକ କରିଥିଲେ। ବୈଠକରେ ଅନ୍ୟାନ୍ୟ ନିଷ୍ପତ୍ତି ସହିତ ହଷ୍ଟେଲ ଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିବା ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଥିଲା।

ସୂଚନାଯୋଗ୍ୟ, ଗତକାଲି ଭୀମସାରରେ ୩୧ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଖବର ଆସିଥିଲା। ସେମାନଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ ପ୍ରଥମ, ଦ୍ୱିତୀୟ, ତୃତୀୟ ଚତୁର୍ଥ ବର୍ଷର ଛାତ୍ରଛାତ୍ରୀ ଥିବା ଜଣାପଡ଼ିଛି। କିଛି ଦିନ ତଳେ ଭୀମସାରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସେଠାରୁ ହିଁ ଛାତ୍ରଛାତ୍ରୀମାନେ କରୋନା ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି।

Leave A Reply

Your email address will not be published.