ଓଡ଼ିଶାରେ ୩ରୁ ୫ ପ୍ରବଳ ବର୍ଷା

Rain in odisha

0 1

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଲଘୁଚାପ ସୃଷ୍ଟି ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଓ ପରବର୍ତ୍ତୀ ୪୮ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହି ଅବପାତ ପ୍ରଭାବରେ ରାଜ୍ୟରେ ୩ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ । ୩ ତାରିଖ ଦିନ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅବପାତ ପ୍ରଭାବରେ ୨ ତାରିଖରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ । ୩ ତାରିଖରେ ବର୍ଷାର ପରିମାଣ ବଢ଼ିବ । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ସର୍ବାଧିକ ରହିବ । ଏହି ଦିନ ୩ ଜିଲ୍ଲାରେ ପ୍ରବଳ ବର୍ଷା ସହ ୮ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ମାଲାକାନଗିରି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଢେଙ୍କାନାଳ, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲ୍ଲାରେ ବର୍ଷା ହେବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି । ଅନ୍ୟପକ୍ଷରେ ଲଘୁଚାପ ବର୍ଷାକୁ ନେଇ ଏସଆରସି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି । ଚାଷୀମାନଙ୍କୁ ବିଲରୁ ଧାନ କାଟି ଆଣିବାକୁ ପରାର୍ମଶ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସେହିପରି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଓ ସମସ୍ତ ପ୍ରକାର ପ୍ରସ୍ତୁତି ସାରିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.