ଦିଲ୍ଲୀରେ ପେଟ୍ରୋଲ୍‌, ଡିଜେଲ୍‌ ଚାଳିତ ଗାଡ଼ି ଚଳାଚଳକୁ ନେଇ କଟକଣା

New Delhi air pollution

0 1

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଦୂଷଣ ଚିନ୍ତାଜନକ ହୋଇଛି। ବାୟୁ ଗୁଣବତ୍ତା ଅତି ଖରାପ ସ୍ତରରେ ରହିଛି। ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଆଜିଠାରୁ ଲାଗୁ ହେଲା କଡା ନିୟମ । ଦିଲ୍ଲୀ ଭିତରେ ପ୍ରବେଶ କରିବା ଲାଗି କେବଳ ସିଏନଜି ଓ ଇଲେକ୍ଟ୍ରିକ ଯାନକୁ ମିଳିବ ଅନୁମତି । ପେଟ୍ରୋଲ ଓ ଡିଜେଲ ଚାଳିତ ଗାଡିଗୁଡିକର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଏହି ନିୟମ ଆସନ୍ତା ଡିସେମ୍ବର ୩ ତାରିଖ ଯାଏ ବଳବତ୍ତର ରହିବ । ପ୍ରଦୂଷଣ ମୁକାବିଲା ଲାଗି ଗତ ୨୪ ତାରିଖ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିଲା । ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଥିଲେ ପ୍ରଦୂଷଣ ରୋକିବାକୁ ସରକାର ଏହି ପଦକ୍ଷେପ ନେବାକୁ ଯାଉଛନ୍ତି ।

ନିଷ୍ପତ୍ତି ଅନୁସାରେ କେବଳ ଜରୁରୀକାଳୀନ ସାମଗ୍ରୀ ପରିବହନ କାର୍ୟ୍ୟରେ ନିୟୋଜିତ ଗାଡିକୁ ଛାଡିଦେଲେ ଅନ୍ୟ ସମସ୍ତ ପେଟ୍ରୋଲ ଓ ଡିଜେଲଚାଳିତ ଯାନର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଦୀପାବଳି ପରେ ଦିଲ୍ଲୀର ବାୟୁ ଗୁଣବତ୍ତା ସାଧାରଣ ସ୍ତରକୁ ଆସିବ ବୋଲି ଆଶା କରାଯାଉଥିଲା । ମାତ୍ର ଦୁଇ ସପ୍ତାହ ପରେ ବି ଏକ୍ୟୁଆଇ ସୁଧୁରୁନାହିଁ । ଦିଲ୍ଲୀର ଏକ୍ୟୁଆଇ ପୂର୍ବବତ ୩୬୮ରେ ହିଁ ରହିଛି । ପ୍ରଦୂଷଣ ନିୟନ୍ତ୍ରଣ ଲାଗି ଗତ ୧୮ ତାରିଖରେ ବାହାର ରାଜ୍ୟର ଟ୍ରକ, ଦିଲ୍ଲୀ ଭିତରେ ପ୍ରବେଶ କରିବା ନେଇ ସରକାର କଟକଣା ଜାରି କରିଥିଲେ ।

Leave A Reply

Your email address will not be published.