ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ

srimandir heritage parikrama

0 0

ପୁରୀ: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ସକାଳେ ମୁଖ୍ୟମନ୍ତ୍ରୀ ହ୍ୟାଲିପେଡ୍ରେ ପହଞ୍ଚିବା ପରେ କାର୍‌ରେ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିଲେ। ଏହା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିସହିତ ଶିଳାନ୍ୟାସ ନେଇ ଅନୁଷ୍ଠିତ ଯଜ୍ଞରେ ମଧ୍ୟ ପୂର୍ଣ୍ଣାହୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ବିଧାନସଭା ବିଧାନସଭା ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର, ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମେତ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଥିଲେ । ଏହି ଅବସରରେ ପ୍ରକ୍ପଳ ପାଇଁ ଜମି ଦେଇଥିବା ବ୍ୟକ୍ତିଙ୍କୁ ସମ୍ୱର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ।
ଏହି ପରିକ୍ରମା ଯୋଜନା ନିମନ୍ତେ ପ୍ରାୟ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ବିଶ୍ୱାସର ସହର ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ । ବିଶ୍ୱ ଦରବାରରେ ଆହୁରି ଚମକିବ ଓଡ଼ିଶାର ଚେହେରା । ଏହା ପରେ ଶ୍ରୀମନ୍ଦିର ଇତିହାସରେ ଲେଖାହେବ ନୂଆ ଅଧ୍ୟାୟ । ବାସ୍ତବ ରୂପ ନେବ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧି ପାଇଁ ସ୍ୱତନ୍ତ୍ର ନକ୍ସା ।

Leave A Reply

Your email address will not be published.